Biblia Todo Logo
Bib sou entènèt

- Piblisite -




ତୀତସ 2:5 - ଓଡିଆ ବାଇବେଲ

5 ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ |

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ଵାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ଯୁବତୀମାନଙ୍କୁ ଶିଖାଇ ପାରିବେ ଯେ ସେମାନେ ଜ୍ଞାନୀ ଓ ପବିତ୍ର ହୁଅନ୍ତୁ, ନିଜ ଘରର ଯତ୍ନ ନିଅନ୍ତୁ, ଦୟାଳୁ ହୁଅନ୍ତୁ ଏବଂ ନିଜ ସ୍ୱାମୀଙ୍କର ଆଜ୍ଞାକାରିଣୀ ହୁଅନ୍ତୁ। ତା'ହେଲେ କୌଣସି ଲୋକ ଆମ୍ଭକୁ ଦିଆଯାଇଥିବା ପରମେଶ୍ୱରଙ୍କ ଶିକ୍ଷାର ସମାଲୋଚନା କରି ପାରିବ ନାହିଁ।

Gade chapit la Kopi




ତୀତସ 2:5
22 Referans Kwoze  

ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ ।


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।


ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”


ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଭକ୍ତି କରୁ ।


ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା । ସେ ନାନା ସତ୍‌କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ ।


ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ୱରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ ।


ସେ ବଡ଼ ତୁଣ୍ଡେଈ ଓ ଅବାଧ୍ୟା, ତାହାର ପାଦ ନିଜ ଗୃହରେ ରହେ ନାହିଁ।


ସାଧୁମାନଙ୍କ ସମସ୍ତ ମଣ୍ଡଳୀରେ ଯେପରି ହୋଇଥାଏ, ସେହିପରି ସ୍ତ୍ରୀଲୋକମାନେ ମଣ୍ଡଳୀରେ ନୀରବ ରହନ୍ତୁ, ଯେଣୁ କଥା କହିବା ପାଇଁ ସେମାନେ ଅନୁମତି ପାଇ ନାହାଁନ୍ତି, ବରଂ ମୋଶାଙ୍କ ବ୍ୟବସ୍ଥାର ଉକ୍ତି ଅନୁସାରେ ସେମାନେ ବଶୀଭୂତ ହୋଇ ରହନ୍ତୁ ।


କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା ।


କାରଣ ଯେପରି ଲେଖା ଅଛି, "ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱରଙ୍କ ନାମ ନିନ୍ଦିତ ହେଉଅଛି ।''


ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ । ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ ।


ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?


ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”


ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।”


ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;


ଯାହାଦ୍ୱାରା ସେମାନେ ଯୁବା ସ୍ତ୍ରୀମାନଙ୍କୁ ଶିକ୍ଷା ଦିଅନ୍ତୁ ଯେ, ଆପଣା ସ୍ୱାମୀ ଓ ସନ୍ତାନମାନଙ୍କୁ ପ୍ରେମ କରନ୍ତୁ;


Swiv nou:

Piblisite


Piblisite