Biblia Todo Logo
Bib sou entènèt

- Piblisite -




ତୀତସ 3:13 - ଓଡିଆ ବାଇବେଲ

13 ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯନିପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଶାସ୍ତ୍ରଗୁରୁ ଜୀନା ଓ ଆପୋଲୋଭ୍କ ପର୍ଯ୍ୟଟନ ପାଇଁ ଯାହା ଯାହା ଆବଶ୍ୟକ, ସବୁ ଯୋଗାଇ ଦେଇ, ଯାତ୍ରାରମ୍ଭ କରିବାକୁ ସେମାନଙ୍କୁ ସାହାଯ୍ୟ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯତ୍ନ ପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ

13 ଓକିଲ ଜୀନା ଓ ଆପଲ୍ଲ ସେଠାରୁ ଆସୁଛନ୍ତି। ସେମାନଙ୍କ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ୟ ସାହାଯ୍ୟ କର। ତୁମ୍ଭେ ସତର୍କ ହୁଅ ଯେ ସେମାନଙ୍କର କୌଣସି ଅଭାବ ନ ଘଟୁ।

Gade chapit la Kopi




ତୀତସ 3:13
15 Referans Kwoze  

ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୂଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକ୍‌ଜାଣ୍ଡ୍ରିଆ; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ ।


ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,


ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ ।


ଏଣୁ କେହି ତାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋ' ନିକଟକୁ ଆସି ପାରନ୍ତି, ଏଥିପାଇଁ ତାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି ।


ମୁଁ ସ୍ପେନକୁ ଯିବା ସମୟରେ ଆସିବି; କାରଣ ବାଟରେ ତୁମ୍ଭମାନଙ୍କୁ ସାକ୍ଷାତ କରି ପ୍ରଥମରେ ତୁମ୍ଭମାନଙ୍କ ସହଭାଗିତାରେ କେତେକ ପରିମାଣରେ ତୃପ୍ତିଲାଭ କଲା ଉତ୍ତାରେ ସେ ସ୍ଥାନକୁ ଯିବା ନିମନ୍ତେ ତୁମ୍ଭେମାନେ ମୋତେ ବାଟ ବଳାଇଦେବ ବୋଲି ଆଶା କରୁଅଛି ।


ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,


ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ ? କିନ୍ତୁ ସେମାନେ ନୀରବ ରହିଲେ ।


ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ ।


ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି ।


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?


କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ ।


ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ ।


ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ ।


କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ ।


Swiv nou:

Piblisite


Piblisite