Biblia Todo Logo
Bib sou entènèt

- Piblisite -




ତୀତସ 3:15 - ଓଡିଆ ବାଇବେଲ

15 ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୋʼ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ଵାସ ସମ୍ଵନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏଠାରେ ମୋ’ ସାଙ୍ଗରେ ଥିବା ସମସ୍ତେ ତୁମକୁ ଶୁଭେଚ୍ଛା ଜଣାଉଛନ୍ତି। ସମବିଶ୍ୱାସୀ ବନ୍ଧୁମାନଙ୍କୁ ଆମର ଶୁଭେଚ୍ଛା ଜଣାଇଦିଅ। ଈଶ୍ୱରଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ନିକଟବର୍ତ୍ତୀ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।

Gade chapit la Kopi

ପବିତ୍ର ବାଇବଲ

15 ମୋ’ ସହିତ ଏଠିକାର ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଛନ୍ତି। ଯେଉଁମାନେ ବିଶ୍ୱାସରେ ଆମ୍ଭକୁ ଭଲ ପାଆନ୍ତି, ସେମାନଙ୍କୁ ନମସ୍କାର ଜଣାଇବ। ପରମେଶ୍ୱରଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହିତ ରହୁ।

Gade chapit la Kopi




ତୀତସ 3:15
14 Referans Kwoze  

ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,


ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


ପ୍ରାଚୀନ ଯେ ମୁଁ, ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି; ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ ।


ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।


ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।


ମାରାନାଥା । ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;


ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର ? ଅଣଯିହୂଦୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ ?


ମୋର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୁରଣ ନିମନ୍ତେ ସେବା କରି ଆସୁଛି, ନିଜେ ଏହା ତୁମ୍ଭେମାନେ ଜାଣ ।


Swiv nou:

Piblisite


Piblisite