Biblia Todo Logo
Bib sou entènèt

- Piblisite -




ତୀତସ 3:2 - ଓଡିଆ ବାଇବେଲ

2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖଇବାକୁ ସେମାନଙ୍କୁ ସ୍ମରଣ କରାଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ, ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କାହାର କୁତ୍ସା ରଟନା ନ କରି ଶାନ୍ତି ଓ ମୈତ୍ରୀପୂର୍ଣ୍ଣ ଭାବରେ ଚଳିବାକୁ ଓ ସମସ୍ତଙ୍କ ପ୍ରତି ସୌଜନ୍ୟ ପ୍ରଦର୍ଶନ କରିବାକୁ ସେମାନଙ୍କୁ ଉପଦେଶ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ।

Gade chapit la Kopi

ପବିତ୍ର ବାଇବଲ

2 ଅନ୍ୟମାନଙ୍କ ବିଷୟରେ ଖରାପ କଥା କହନ୍ତୁ ନାହିଁ, ଅନ୍ୟ ଲୋକମାନଙ୍କ ସହତ ଶାନ୍ତିରେ ରୁହନ୍ତୁ; ଧୈର୍ଯ୍ୟବାନ ଓ ସବୁ ଲୋକଙ୍କ ପ୍ରତି ଭଦ୍ରତା ପ୍ରଦର୍ଶନ କରନ୍ତୁ। ସମସ୍ତ ଲୋକଙ୍କ ପ୍ରତି ଏସବୁ କରିବା ପାଇଁ ବିଶ୍ୱାସୀମାନଙ୍କୁ କୁହ।

Gade chapit la Kopi




ତୀତସ 3:2
35 Referans Kwoze  

ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ;


ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ଯେଣୁ ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ମୋଶାଙ୍କ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ମୋଶାଙ୍କ ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ ।


କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ ।


ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ି ପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ ।


ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ ।


କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,


ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ ।


କାରଣ ଯେପରି ମୁଁ ଅଧିକସଂଖ୍ୟକ ଲୋକ ଲାଭ କରି ପାରେ, ଏଥିପାଇଁ ମୁଁ କାହାରି ଅଧୀନ ନ ହେଲେ ହେଁ ନିଜକୁ ସମସ୍ତଙ୍କ ଦାସ କଲି ।


ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ ।


କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ଏକା ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବାର ଭଲ।


ମିଥ୍ୟାସାକ୍ଷୀ ଯେ ମିଥ୍ୟା କହେ ଓ ଯେ ଭାଇମାନଙ୍କ ମଧ୍ୟରେ କଳିର ବୀଜ ବୁଣେ।


ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି ।


ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି ।


ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,


ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;


କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ ।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।


Swiv nou:

Piblisite


Piblisite