ତୀତସ 3:5 - ଓଡିଆ ବାଇବେଲ5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Gade chapit laପବିତ୍ର ବାଇବଲ5 ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ ।
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।