Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:16 - ଓଡିଆ ବାଇବେଲ

16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିଲୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ଵାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ସଦାପ୍ରଭୁ ପରମେଶ୍ୱର କୁହନ୍ତି, “ଆମ୍ଭେ ପୁଣି ଯିରୁଶାଲମ ଫେରି ଆସିବା ଓ ଆମ୍ଭର ନିଜ ଲୋକମାନଙ୍କ ପ୍ରତି ଦୟା ଦେଖାଇବା।” ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି, “ଆମ୍ଭର ଘର ସେହି ସ୍ଥାନରେ ନିର୍ମିତ ହେବ ଏବଂ ସମଗ୍ର ଯିରୁଶାଲମରେ ପୁନଃନିର୍ମାଣର ଲକ୍ଷଣ ଦେଖାଯିବ।”

Gade chapit la Kopi




ଯିଖରୀୟ 1:16
24 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”


“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”


ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।


ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।


ତୁମ୍ଭେ କି ଜାଣ, କିଏ ତହିଁର ପରିମାଣ ନିରୂପଣ କଲା ? ଅବା କିଏ ତହିଁ ଉପରେ ପରିମାପକ ରଜ୍ଜୁ ପ୍ରସାରିଲା ?


ପୁଣି, ସଦାପ୍ରଭୁ ଶଲ୍‍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,


ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ।


ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”


ଆଉ, ଆମ୍ଭେ ଯିହୁଦା-ବଂଶକୁ ବଳବାନ କରିବା ଓ ଆମ୍ଭେ ଯୋଷେଫର ବଂଶକୁ ଉଦ୍ଧାର କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଆଣିବା, କାରଣ ସେମାନଙ୍କ ପ୍ରତି ଆମ୍ଭର ଦୟା ଅଛି; ଆଉ, ଆମ୍ଭ ଦ୍ୱାରା ପରିତ୍ୟକ୍ତ ନୋହିଲା ଲୋକର ତୁଲ୍ୟ ସେମାନେ ହେବେ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା।


ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।”


“ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite