Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:3 - ଓଡିଆ ବାଇବେଲ

3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସ ଏବଂ ମୁଁ ତୁମ୍ଭ ନିକଟକୁ ଫେରିଯିବି।” ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ।

Gade chapit la Kopi




ଯିଖରୀୟ 1:3
33 Referans Kwoze  

ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?”


ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।


ତଥାପି ସଦାପ୍ରଭୁ କହନ୍ତି, “ଏବେ ହେଁ ତୁମ୍ଭେମାନେ ଉପବାସ, ରୋଦନ ଓ ବିଳାପ କରି ଆପଣାମାନଙ୍କର ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସ।”


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;


ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା।


ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଅତିଶୟ ଦ୍ରୋହାଚରଣ କରି ଯାହାଙ୍କଠାରୁ ବିମୁଖ ହୋଇଅଛ, ତାହାଙ୍କ ନିକଟକୁ ଫେରି ଆସ।


ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି।


ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରି ଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,’ ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;


ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।


ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।


ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।


ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ଵରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।


ଆମ୍ଭେ ତୁମ୍ଭର ଅଧର୍ମସବୁ ନିବିଡ଼ କୁହୁଡ଼ିର ନ୍ୟାୟ ଓ ତୁମ୍ଭର ପାପସବୁ ମେଘ ପରି ମାର୍ଜନା କରିଅଛୁ; ଆମ୍ଭ ନିକଟକୁ ଫେରି ଆସ; କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ।


ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !


ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।


ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”


ଯେହେତୁ ଯେ ମରେ, ତାହାର ମରଣରେ ଆମ୍ଭର କିଛି ସନ୍ତୋଷ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; “ଏଥିପାଇଁ ତୁମ୍ଭେମାନେ ଫେରି ବଞ୍ଚ।”


Swiv nou:

Piblisite


Piblisite