Biblia Todo Logo
Bib sou entènèt

- Piblisite -




ଯିଖରୀୟ 11:10 - ଓଡିଆ ବାଇବେଲ

10 ପୁଣି, ମୁଁ ଆପଣା ‘ଶୋଭା’ ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକି ଖଣ୍ତ ଖଣ୍ତ କରି କାଟିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି।

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ଆମ୍ଭେ ଶୋଭା ନାମକ ଯଷ୍ଟିକୁ ନେଲୁ ଏବଂ ତାକୁ ଭାଙ୍ଗି ଦେଲୁ। ଆମ୍ଭେ ଏହା କଲୁ, ଆମ୍ଭର ଚୁକ୍ତିକୁ ଧ୍ୱଂସ କରିବା ପାଇଁ ଯାହା ଏହି ଲୋକମାନଙ୍କ ସହିତ କରିଥିଲୁ।

Gade chapit la Kopi




ଯିଖରୀୟ 11:10
20 Referans Kwoze  

ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।


ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।


ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।


ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।


ପୁଣି, ତିନି କୋଡ଼ି ଦୁଇ ସପ୍ତାହ ଉତ୍ତାରେ ଅଭିଷିକ୍ତ ବ୍ୟକ୍ତି ଉଚ୍ଛିନ୍ନ ହେବେ ଓ ସେ ଅକିଞ୍ଚନା ହେବେ; ଆଉ, ଆଗାମୀ ଅଧିପତିର ଲୋକମାନେ ନଗର ଓ ଧର୍ମଧାମ ନଷ୍ଟ କରିବେ ଓ ପ୍ଳାବନ ଦ୍ୱାରା ତାହାର ଶେଷ ହେବ, ପୁଣି ଶେଷ ପର୍ଯ୍ୟନ୍ତ ହିଁ ଯୁଦ୍ଧ ହେବ; ନାନା ଉଚ୍ଛିନ୍ନତା ନିରୂପିତ ହୋଇଅଛି।


ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।


ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।


Swiv nou:

Piblisite


Piblisite