Biblia Todo Logo
Bib sou entènèt

- Piblisite -




ଯିଖରୀୟ 11:4 - ଓଡିଆ ବାଇବେଲ

4 ସଦାପ୍ରଭୁ ମୋ’ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସଦାପ୍ରଭୁ ମୋʼ ପରମେଶ୍ଵର ଏହି କଥା କହିଲେ; ଏହି ବଧର ଅଧୀନ ପଲକୁ ଚରାଅ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସଦାପ୍ରଭୁ ମୋʼ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁ ମୋର ପରମେଶ୍ୱର କହନ୍ତି, “ଏହି ବଧ ହେବାକୁ ଥିବା ମେଷପଲର ଯତ୍ନ ନିଅ।

Gade chapit la Kopi




ଯିଖରୀୟ 11:4
14 Referans Kwoze  

ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,


କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ୱରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,


ଯୀଶୁ ତାଙ୍କୁ କହିଲେ, ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ୱର ଓ ତୁମ୍ଭମାନଙ୍କର ଈଶ୍ୱରଙ୍କ ନିକଟକୁ ଆରୋହଣ କରୁଅଛି ।


କିନ୍ତୁ ଯୀଶୁ ଉତ୍ତର ଦେଲେ, ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ ।


ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍‍ସେଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷୀୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ। ଆଉ, ସଦାପ୍ରଭୁ ମୋ’ ପରମେଶ୍ୱର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ।


ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।


ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।


Swiv nou:

Piblisite


Piblisite