Biblia Todo Logo
Bib sou entènèt

- Piblisite -




ଯିଖରୀୟ 12:13 - ଓଡିଆ ବାଇବେଲ

13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଲେବୀ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ଶିମୀୟିର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ;

Gade chapit la Kopi

ପବିତ୍ର ବାଇବଲ

13 ଲେବୀ ପରିବାରର ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିୟିର ପରିବାରମାନେ ନିଜେ ନିଜେ ଶୋକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ।

Gade chapit la Kopi




ଯିଖରୀୟ 12:13
16 Referans Kwoze  

ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।


ପୁଣି, ଶିମୀୟିର ପୁତ୍ର; ଯହତ୍‍, ଜିନା, ଯିୟୂଶ୍‍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।


ଗେର୍ଶୋନୀୟମାନଙ୍କ ମଧ୍ୟରୁ ଲାଦନ୍‍ ଓ ଶିମୀୟି।


ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।


ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।


ମାତ୍ର, ସାଦୋକ ଯାଜକ ଓ ଯିହୋୟାଦାର ପୁତ୍ର ବନାୟ ଓ ନାଥନ ଭବିଷ୍ୟଦ୍‍ବକ୍ତା ଓ ଶିମୀୟି ଓ ରେୟି ଓ ଦାଉଦଙ୍କର ବୀରଗଣ ଅଦୋନୀୟର ପକ୍ଷ ନ ଥିଲେ।


ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।


ପୁଣି ଦେଶ, ପ୍ରତ୍ୟେକ ଗୋଷ୍ଠୀ ନିଜେ ନିଜେ ଶୋକ କରିବେ; ଦାଉଦ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ନାଥନ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ;


ଅବଶିଷ୍ଟ ସମୁଦାୟ ଗୋଷ୍ଠୀ ମଧ୍ୟରୁ ପ୍ରତ୍ୟେକ ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ।


ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନ‍ର ସନ୍ତାନମାନଙ୍କ ନାମ ଲିବ୍‍ନି ଓ ଶିମୀୟି।


ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।


ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।


ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।


Swiv nou:

Piblisite


Piblisite