Biblia Todo Logo
Bib sou entènèt

- Piblisite -




ଯିଖରୀୟ 12:3 - ଓଡିଆ ବାଇବେଲ

3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ଵରୂପ ପ୍ରସ୍ତର କରିବା; ଯେଉଁମାନେ ତଦ୍ଦ୍ଵାରା ଆପଣାମାନଙ୍କୁ ଭାରଗ୍ରସ୍ତ କରନ୍ତି, ସେସମସ୍ତେ ଅତ୍ୟ; କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ଆମ୍ଭେ ଯିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସେମାନେ ଆଘାତପ୍ରାପ୍ତ ହେବେ। ସେହି ଲୋକମାନେ ପ୍ରକୃତରେ କ୍ଷତବିକ୍ଷତ ହେବେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ଯିରୁଶାଲମ ବିରୁଦ୍ଧରେ ଏକତ୍ରିତ ହେବେ।

Gade chapit la Kopi




ଯିଖରୀୟ 12:3
31 Referans Kwoze  

ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ ।


ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ ।


ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ।


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।


ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ।


ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।


ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ପ୍ରତ୍ୟେକ ଅଶ୍ୱକୁ ଆତଙ୍କରେ ଓ ଆରୋହୀକୁ ପାଗଳାମିରେ ଆଘାତ କରିବା ଆଉ, ଆମ୍ଭେ ଯିହୁଦା-ବଂଶ ପ୍ରତି ଆପଣା ଚକ୍ଷୁ ମେଲାଇ ଗୋଷ୍ଠୀଗଣର ପ୍ରତ୍ୟେକ ଅଶ୍ୱକୁ ଅନ୍ଧ କରିବା।”


ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ୱ ଓ ଅଶ୍ୱାରୋହୀମାନେ ଆପଣା ଭ୍ରାତାର ଖଡ୍ଗ ଦ୍ୱାରା ପତିତ ହେବେ।


ଦେଖ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେହି ସମସ୍ତଙ୍କ ପ୍ରତି ସେହି ସମୟରେ ଆମ୍ଭେ ଉପଯୁକ୍ତ ବ୍ୟବହାର କରିବା; ପୁଣି, ଆମ୍ଭେ ଆଘାତପ୍ରାପ୍ତ ଲୋକଙ୍କୁ ପରିତ୍ରାଣ କରିବା ଓ ଯେ ତାଡ଼ିତା ହୋଇଥିଲା, ତାହାକୁ ସଂଗ୍ରହ କରିବା; ଆଉ, ଯେଉଁମାନଙ୍କର ଲଜ୍ଜା ସମୁଦାୟ ପୃଥିବୀରେ ବ୍ୟାପିଥିଲା, ଆମ୍ଭେ ସେମାନଙ୍କୁ ପ୍ରଶଂସାର ଓ ଯଶର ପାତ୍ର କରିବା।


କାରଣ ମନୁଷ୍ୟମାନଙ୍କର ରକ୍ତପାତ ଓ ଦେଶ ପ୍ରତି, ନଗର ପ୍ରତି ଓ ତନ୍ନିବାସୀ ସମସ୍ତଙ୍କ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ଲିବାନୋନର ପ୍ରତି କୃତ ଦୌରାତ୍ମ୍ୟ ଓ ପଶୁଗଣର ତ୍ରାସଜନକ ସଂହାର ତୁମ୍ଭକୁ ଆଚ୍ଛନ୍ନ କରିବ।


ଆଉ, ଯେଉଁ ଗୋଷ୍ଠୀମାନେ କଥାରେ ମନୋଯୋଗ କଲେ ନାହିଁ, ସେମାନଙ୍କଠାରୁ ଆମ୍ଭେ କୋପରେ ଓ ପ୍ରଚଣ୍ଡତାରେ ପରିଶୋଧ ନେବା।


ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।


ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।


କାରଣ ଯେଉଁ ଦେଶ ଓ ରାଜ୍ୟ ତୁମ୍ଭର ସେବା ନ କରିବ, ତାହା ବିନଷ୍ଟ ହେବ, ହଁ, ସେହି ଦେଶସକଳ ନିଃଶେଷ ରୂପେ ଧ୍ୱଂସିତ ହେବ।


Swiv nou:

Piblisite


Piblisite