Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:10 - ଓଡିଆ ବାଇବେଲ

10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍‍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ,ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ଵାରଠାରୁ ପ୍ରଥମ ଦ୍ଵାରର ସ୍ଥାନ, ଅର୍ଥାତ୍, କୋଣର ଦ୍ଵାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍‍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ

10 ଆଉ ମଧ୍ୟ ସେହି ସମୟରେ, ସମସ୍ତ ଦେଶ ଯିରୁଶାଲମର ଦକ୍ଷିଣ ଗେବାଠାରୁ ରିମ୍ମୋନ ପର୍ଯ୍ୟନ୍ତ ଭୂମି ସମତଳ ଭୂମିରେ ପରିଣତ ହେବ। କିନ୍ତୁ ଯିରୁଶାଲମ ତା’ ସ୍ଥାନରୁ ଉଚ୍ଚରେ ଠିଆ ହେବ। ଏହା ବିନ୍ୟାମୀନ ଫାଟକଠାରୁ ପ୍ରଥମ ଫାଟକ ପର୍ଯ୍ୟନ୍ତ ହନ୍ନେଲର କୋଣ ଫାଟକଠାରୁ ରାଜାଙ୍କର ଦ୍ରାକ୍ଷାକ୍ଷେତ୍ର ପର୍ଯ୍ୟନ୍ତ ବିସ୍ତୁତ ହେବ।

Gade chapit la Kopi




ଯିଖରୀୟ 14:10
28 Referans Kwoze  

ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।


ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।


ପୁଣି, ସେ ବିନ୍ୟାମୀନ୍ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”


ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।


ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”


ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।


ଏହା ପରେ ଇଲୀୟାଶୀବ ମହାଯାଜକ ଓ ତାହାର ଯାଜକ ଭାଇମାନେ ଉଠି ମେଷଦ୍ୱାର ଗଢ଼ିଲେ; ସେମାନେ ତାହା ପବିତ୍ର କରି ତହିଁର କବାଟସବୁ ସ୍ଥାପନ କଲେ; ହମ୍ମେୟା ଦୁର୍ଗ ଓ ହନନେଲ ଦୁର୍ଗ ପର୍ଯ୍ୟନ୍ତ ସେମାନେ ପବିତ୍ର କଲେ।


ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।


ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍‍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।


“ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍‍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;


ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।


ଆଉ, ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଯିହୋୟାହସ୍‍ଙ୍କର ପୌତ୍ର, ଯୋୟାଶ୍‍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।


ମରାରି-ସନ୍ତାନଗଣର ଅବଶିଷ୍ଟ ଲେବୀୟମାନଙ୍କୁ ସବୂଲୂନ-ବଂଶଠାରୁ ତଳିଭୂମି ସହିତ ରିମ୍ମୋନ୍‍, ତଳିଭୂମି ସହିତ ତାବୋର୍‍ ଦିଆଗଲା।


ଆଉ, ଗ୍ରାମସୁଦ୍ଧା ଐଟମ୍‍, ଐନ୍‍, ରିମ୍ମୋନ୍‍, ତୋଖେନ୍‍ ଓ ଆଶନ୍‍, ଏହି ପାଞ୍ଚ ନଗର;


ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।


ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍‍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,


ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍‍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍‍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର ଦ୍ୱାର ଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।


ତହିଁରେ ପଶ୍‍ହୂର ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ୱାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।


ଆହୁରି, ଉଷୀୟ ଯିରୂଶାଲମର କୋଣ-ଦ୍ୱାରରେ ଓ ଉପତ୍ୟକା-ଦ୍ୱାରରେ ଓ ପ୍ରାଚୀର-କୋଣରେ ଦୁର୍ଗ ନିର୍ମାଣ କରି ତାହାସବୁ ଦୃଢ କଲେ।


ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”


Swiv nou:

Piblisite


Piblisite