Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:11 - ଓଡିଆ ବାଇବେଲ

11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ନୋହିବ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ।

Gade chapit la Kopi

ପବିତ୍ର ବାଇବଲ

11 ଲୋକମାନେ ଯିବେ ଓ ସେଠାରେ ବାସ କରିବେ। ପୁନର୍ବାର ଯିରୁଶାଲମ ସମ୍ପୂର୍ଣ୍ଣ ଧ୍ୱଂସ ହେବ ନାହିଁ। ଯିରୁଶାଲମ ନିରାପଦ ହେବ।

Gade chapit la Kopi




ଯିଖରୀୟ 14:11
21 Referans Kwoze  

କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ । ଈଶ୍ୱର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ ।


ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।


ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।


ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।’”


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”


ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ।


“ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ।


ଆହୁରି, ଆମ୍ଭେ ସେମାନଙ୍କ ସହିତ ଶାନ୍ତିର ଏକ ନିୟମ ସ୍ଥିର କରିବା; ତାହା ସେମାନଙ୍କ ସହିତ ଚିରକାଳୀନ ନିୟମ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବସାଇବା ଓ ବଢ଼ାଇବା ଓ ସେମାନଙ୍କ ମଧ୍ୟରେ ସଦା କାଳ ଆମ୍ଭେ ଆପଣା ଧର୍ମଧାମ ସ୍ଥାପନ କରିବା।


ପୁଣି, ଶବ ଓ ଭସ୍ମର ସମୁଦାୟ ଉପତ୍ୟକା ଓ କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସକଳ କ୍ଷେତ୍ର, ପୂର୍ବ ଦିଗସ୍ଥ ଅଶ୍ୱଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ସଦାକାଳ ପର୍ଯ୍ୟନ୍ତ ଆଉ ଉତ୍ପାଟିତ କିଅବା ନିପାତିତ ହେବ ନାହିଁ।”


“କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।


ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।


ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, ପୁଣି, ସେହି ସ୍ଥାନର ନାମ ହର୍ମା ହେଲା।


“ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।


ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।


“ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।


ସେହି ଦିନ ଆମ୍ଭେ ଯିହୁଦାର ଅଧ୍ୟକ୍ଷଗଣକୁ କାଷ୍ଠ ମଧ୍ୟରେ ଅଗ୍ନିଧାରୀ ପାତ୍ର ସ୍ୱରୂପ ଓ ଶସ୍ୟବିଡ଼ା ମଧ୍ୟରେ ମଶାଲ ସ୍ୱରୂପ କରିବା ଆଉ, ସେମାନେ ଦକ୍ଷିଣ ଓ ବାମରେ ଚତୁଃପାର୍ଶ୍ଵସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ ଗ୍ରାସ କରିବେ; ଆଉ, ଯିରୂଶାଲମ ପୁନର୍ବାର ସ୍ୱସ୍ଥାନରେ, ଅର୍ଥାତ୍‍, ଯିରୂଶାଲମରେ ବାସ କରିବ।


Swiv nou:

Piblisite


Piblisite