Biblia Todo Logo
Bib sou entènèt

- Piblisite -




ଯିଖରୀୟ 14:2 - ଓଡିଆ ବାଇବେଲ

2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ଓ ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

2 ଆମ୍ଭେ ସମସ୍ତ ଗୋଷ୍ଠୀକୁ ଯିରୁଶାଲମ ବିରୁଦ୍ଧରେ ଲଢ଼ିବାକୁ ଏକତ୍ରିତ କରିବା। ନଗରଟି ପରାଜିତ ହେବ ଓ ଗୃହଗୁଡ଼ିକ ଲୁଣ୍ଠିତ ହେବ। ସ୍ତ୍ରୀମାନେ ଧର୍ଷିତ ହେବେ ଏବଂ ଦେଶର ଅର୍ଦ୍ଧେକ ଲୋକ ନିର୍ବାସିତ ହେବେ। ଅବଶିଷ୍ଟ ଲୋକମାନେ ନଗରରୁ ନିଆଯିବେ ନାହିଁ।

Gade chapit la Kopi




ଯିଖରୀୟ 14:2
30 Referans Kwoze  

ସେମାନଙ୍କର ଶିଶୁଗଣ ମଧ୍ୟ ସେମାନଙ୍କ ଦୃଷ୍ଟିଗୋଚରରେ କଚଡ଼ା ଯିବେ; ସେମାନଙ୍କର ଗୃହ ଲୁଟିତ ହେବ ଓ ସେମାନଙ୍କର ଭାର୍ଯ୍ୟାମାନେ ବଳାତ୍କାରରେ ଭ୍ରଷ୍ଟ କରାଯିବେ।


କିନ୍ତୁ ତୁମ୍ଭେମାନେ ଯେତେବେଳେ ସେହି ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ, ଯେଉଁଠାରେ ଅବସ୍ଥିତ ହେବା ଉଚିତ ନୁହେଁ, ସେଠାରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ), ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଉନ୍ତୁ;


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।”


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ୍‍ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍‍ ଦେବେ, ପୁଣି, ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା ।


କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।


ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି।


ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ୱାଧୀନ ଭୂଖଣ୍ଡର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା :


ମାତ୍ର ଯାହା ଆମ୍ଭେ ସୃଷ୍ଟି କରୁ, ତୁମ୍ଭେମାନେ ସଦାକାଳ ତହିଁରେ ଆନନ୍ଦିତ ହୋଇ ଉଲ୍ଲାସ କର; କାରଣ ଦେଖ, ଆମ୍ଭେ ଯିରୂଶାଲମକୁ ଉଲ୍ଲାସ ସ୍ୱରୂପ ଓ ତହିଁର ଲୋକମାନଙ୍କୁ ଆନନ୍ଦର ପାତ୍ର କରି ସୃଷ୍ଟି କରୁ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।


ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ।


ଦେଖ, ଆମ୍ଭେ ଚତୁର୍ଦ୍ଦିଗସ୍ଥିତ ସମସ୍ତ ଗୋଷ୍ଠୀ ପ୍ରତି ଯିରୂଶାଲମକୁ ଟଳଟଳଜନକ ପାନପାତ୍ର ସ୍ୱରୂପ କରିବା ଓ ଯିରୂଶାଲମର ଅବରୋଧ ସମୟରେ ଯିହୁଦା ଉପରେ ମଧ୍ୟ ବର୍ତ୍ତିବ।


ପୁଣି, ସେହି ଦିନ ଆମ୍ଭେ ଯିରୂଶାଲମକୁ ସମସ୍ତ ଗୋଷ୍ଠୀ ପ୍ରତି ଭାର ସ୍ୱରୂପ ପ୍ରସ୍ତର କରିବା; ଯେଉଁମାନେ ସେହି ପ୍ରସ୍ତର ଉଠାଇବା ପାଇଁ ଚେଷ୍ଟା କରନ୍ତି, ସେହି ସମସ୍ତେ ଅତ୍ୟନ୍ତ କ୍ଷତବିକ୍ଷତ ହେବେ ଓ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତାହା ବିରୁଦ୍ଧରେ ଏକତ୍ରିତ ହେବେ।


ଆଉ, ଯେଉଁମାନେ ଯିରୂଶାଲମର ବିରୁଦ୍ଧରେ ଆସନ୍ତି, ସେହି ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସେହି ଦିନ ନଷ୍ଟ କରିବାକୁ ମନସ୍ଥ କରିବା।


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;


Swiv nou:

Piblisite


Piblisite