Biblia Todo Logo
Bib sou entènèt

- Piblisite -




ଯିଖରୀୟ 2:12 - ଓଡିଆ ବାଇବେଲ

12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।

Gade chapit la Kopi

ପବିତ୍ର ବାଇବଲ

12 ସେହି ପବିତ୍ର ଭୂମିରେ ଯିହୁଦା ପରମେଶ୍ୱରଙ୍କର ଅଂଶ ହେବ। ସଦାପ୍ରଭୁ ପୁନର୍ବାର ଯିରୁଶାଲମକୁ ତାଙ୍କର ସ୍ୱତନ୍ତ୍ର ନଗରରୂପେ ବାଛିବେ।

Gade chapit la Kopi




ଯିଖରୀୟ 2:12
19 Referans Kwoze  

ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।”


କାରଣ ସଦାପ୍ରଭୁଙ୍କ ଅଂଶ ତାହାଙ୍କର ଲୋକ ଯାକୁବ ତାହାଙ୍କର ଅଧିକାରର ବାଣ୍ଟ।


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।


ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। କାରଣ ସେ ସକଳ ବସ୍ତୁର ଗଠନକାରୀ; ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।


ଆମ୍ଭେ ତୁମ୍ଭକୁ ଧରି ପୃଥିବୀର ପ୍ରାନ୍ତକୁ ଆଣିଅଛୁ ଓ ପୃଥିବୀର ସୀମାରୁ ତୁମ୍ଭକୁ ଆହ୍ୱାନ କରି କହିଅଛୁ, ତୁମ୍ଭେ ଆମ୍ଭର ଦାସ, ଆମ୍ଭେ ତୁମ୍ଭକୁ ମନୋନୀତ କରିଅଛୁ ଓ ଦୂର କରି ନାହୁଁ;


ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।


ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।


ମାତ୍ର ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯିରୂଶାଲମକୁ ମନୋନୀତ କରିଅଛୁ ଓ ଆମ୍ଭ ଲୋକ ଇସ୍ରାଏଲର ଅଧ୍ୟକ୍ଷ ହେବା ପାଇଁ ଦାଉଦଙ୍କୁ ମନୋନୀତ କରିଅଛୁ।


କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।


ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।


କାରଣ ସଦାପ୍ରଭୁ ଯାକୁବ ପ୍ରତି ଦୟା କରିବେ, ପୁଣି, ଇସ୍ରାଏଲକୁ ପୁନର୍ବାର ମନୋନୀତ କରିବେ ଓ ସେମାନଙ୍କୁ ସେମାନଙ୍କ ଦେଶରେ ସ୍ଥାପନ କରିବେ, ତହିଁରେ ବିଦେଶୀ ଲୋକ ସେମାନଙ୍କ ସଙ୍ଗେ ସଂଯୁକ୍ତ ହେବ, ସେମାନେ ଯାକୁବ ବଂଶ ପ୍ରତି ଆସକ୍ତ ହେବେ।


ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ ?”


ସେ ତାହାକୁ ପ୍ରାନ୍ତର ଦେଶରେ ଓ ପଶୁବୋବାଳିପୂର୍ଣ୍ଣ ଘୋର ମରୁଭୂମିରେ ପାଇଲେ; ସେ ତାହାକୁ ଚାରିଆଡ଼ୁ ଆବୋରିଲେ, ସେ ତାହା ବିଷୟରେ ମନୋଯୋଗ କଲେ, ସେ ତାହାକୁ ଆପଣା ଚକ୍ଷୁର ପିତୁଳା ପରି ରଖିଲେ।


ପୁଣି, ହାମନ୍‍ ଆପଣା ପ୍ରତି ଘଟିତ ଏହି ସମସ୍ତ କଥା ଆପଣା ଭାର୍ଯ୍ୟା ସେରଶ୍‍କୁ ଓ ଆପଣାର ସମସ୍ତ ମିତ୍ରଙ୍କୁ କହିଲେ; ତହିଁରେ ତାହାଙ୍କର ଜ୍ଞାନୀ ଲୋକମାନେ ଓ ତାହାଙ୍କ ଭାର୍ଯ୍ୟା ସେରଶ୍‍ ତାହାଙ୍କୁ କହିଲେ, “ଯାହା ସାକ୍ଷାତରେ ତୁମ୍ଭର ଏହି ପତନର ଆରମ୍ଭ ହୋଇଅଛି, ସେ ମର୍ଦ୍ଦଖୟ ଯେବେ ଯିହୁଦୀ ବଂଶୀୟ ଲୋକ ହୁଏ, ତେବେ ତୁମ୍ଭେ ତାହାଙ୍କୁ ଜୟ କରି ପାରିବ ନାହିଁ; ମାତ୍ର ତାହାର ସାକ୍ଷାତରେ ନିତାନ୍ତ ପତିତ ହେବ।”


“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”


ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।


ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।


Swiv nou:

Piblisite


Piblisite