Biblia Todo Logo
Bib sou entènèt

- Piblisite -




ଯିଖରୀୟ 2:13 - ଓଡିଆ ବାଇବେଲ

13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

13 ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।

Gade chapit la Kopi




ଯିଖରୀୟ 2:13
26 Referans Kwoze  

ମାତ୍ର ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି; ସମୁଦାୟ ପୃଥିବୀ ତାହାଙ୍କ ଛାମୁରେ ନୀରବ ହୋଇ ରହନ୍ତୁ।


ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।


ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।


ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।


ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।


କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ୱରଙ୍କ ପ୍ରତିବାଦ କର ? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି ?


ହେ ସଦାପ୍ରଭୁଙ୍କ ବାହୁ, ଜାଗ, ଜାଗ, ବଳ ପରିଧାନ କର, ଯେପରି ପୂର୍ବ କାଳରେ, ପ୍ରାଚୀନ କାଳର ବଂଶାନୁକ୍ରମେ ସମୟରେ, ସେହିପରି ଜାଗ। ଯେ ରାହବକୁ ଖଣ୍ଡ ଖଣ୍ଡ କରି କାଟିଲେ, ଯେ ନାଗକୁ ବିଦ୍ଧ କଲେ, ସେ କି ତୁମ୍ଭେ ନୁହଁ ?


କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।


ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।


ତୁମ୍ଭେ ଆପଣା ପବିତ୍ର ନିବାସ ସ୍ୱର୍ଗରୁ ଦୃଷ୍ଟିପାତ କର, ପୁଣି ତୁମ୍ଭର ଲୋକ ଇସ୍ରାଏଲକୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି କୃତ ଆପଣା ଶପଥ ଅନୁସାରେ ଯେଉଁ ଭୂମି ଆମ୍ଭମାନଙ୍କୁ ଦେଇଅଛ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆଶୀର୍ବାଦ କର।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;


ଏହେତୁ ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଏହିସବୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, “ସଦାପ୍ରଭୁ ଊର୍ଦ୍ଧ୍ୱରୁ ହୁଙ୍କାର କରିବେ ଓ ଆପଣା ପବିତ୍ର ବାସସ୍ଥାନରୁ ଆପଣା ରବ ଶୁଣାଇବେ; ସେ ଆପଣା ଖୁଆଡ଼ ଉପରେ ମହାହୁଙ୍କାର କରିବେ; ସେ ଦ୍ରାକ୍ଷାମର୍ଦ୍ଦନକାରୀମାନଙ୍କ ପରି ପୃଥିବୀର ନିବାସୀ ସମୁଦାୟଙ୍କ ବିରୁଦ୍ଧରେ ସିଂହନାଦ କରିବେ।


ଏବେ ସ୍ୱର୍ଗରୁ ଅବଲୋକନ କର, ତୁମ୍ଭ ପବିତ୍ରତାର ଓ ତୁମ୍ଭ ପ୍ରତାପର ବସତିସ୍ଥାନରୁ ଦୃଷ୍ଟିପାତ କର; ତୁମ୍ଭର ଉଦ୍‍ଯୋଗ ଓ ତୁମ୍ଭର ବିକ୍ରମକାର୍ଯ୍ୟସବୁ କାହିଁ ? ତୁମ୍ଭ ଅନ୍ତଃକରଣର ବ୍ୟଥା ଓ ତୁମ୍ଭର ସ୍ନେହସବୁ ମୋ’ ପ୍ରତି ନିବୃତ୍ତ ହୋଇଅଛି।


କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ତୁମ୍ଭେମାନେ ଅଲୋନ୍‍ ବୃକ୍ଷଗଣ ମଧ୍ୟରେ, ପ୍ରତ୍ୟେକ ହରିତ୍‍ପୂର୍ଣ୍ଣ ବୃକ୍ଷ ତଳେ ଆସକ୍ତିରୂପ ଅନଳରେ ଆପଣାମାନଙ୍କୁ କି ଉତ୍ତପ୍ତ କରୁ ନାହଁ; ତୁମ୍ଭେମାନେ ନାନା ଉପତ୍ୟକାରେ, ଶୈଳଗଣର ଫାଟ ତଳେ ସନ୍ତାନଗଣକୁ କି ବଧ କରୁ ନାହଁ ?


ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।


“ହେ ଦ୍ୱୀପଗଣ, ଆମ୍ଭ ସାକ୍ଷାତରେ ନୀରବ ହୁଅ ଓ ଶୁଣ; ଲୋକମାନେ ନୂଆ ନୂଆ ବଳ ପ୍ରାପ୍ତ ହେଉନ୍ତୁ; ସେମାନେ ନିକଟକୁ ଆସନ୍ତୁ; ତେବେ କଥା କୁହନ୍ତୁ; ଆମ୍ଭେମାନେ ଏକତ୍ର ହୋଇ ବିଚାର କରୁ।


ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା ?


କୌଣସି ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍‍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।


ପୁଣି, ନାନା ଗୋଷ୍ଠୀୟ ଲୋକମାନେ ସେମାନଙ୍କୁ ନେଇ ସେମାନଙ୍କ ନିଜ ସ୍ଥାନରେ ପହଞ୍ଚାଇ ଦେବେ; ଆଉ, ଇସ୍ରାଏଲ ବଂଶ ସଦାପ୍ରଭୁଙ୍କ ଦେଶରେ ସେମାନଙ୍କୁ ଦାସଦାସୀ ରୂପେ ଅଧିକାର କରିବେ; ପୁଣି, ସେମାନେ ଯେଉଁମାନଙ୍କର ବନ୍ଦୀ ହୋଇଥିଲେ, ସେମାନଙ୍କୁ ବନ୍ଦୀ କରି ନେବେ ଓ ସେମାନେ ଆପଣା ଉପଦ୍ରବକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ମୋୟାବ ସଦୋମର ତୁଲ୍ୟ ଓ ଅମ୍ମୋନ-ସନ୍ତାନଗଣ ହମୋରାର ତୁଲ୍ୟ, ବିଛୁଆତି ଗଛର ଆଶ୍ରୟ ଓ ଲବଣର ଆକର ଓ ଚିରକାଳ ଧ୍ୱଂସସ୍ଥାନ ହେବ; ଆମ୍ଭ ଲୋକମାନଙ୍କର ଶେଷାଂଶ ସେମାନଙ୍କୁ ଲୁଟିବେ ଓ ଆମ୍ଭ ଗୋଷ୍ଠୀର ଅବଶିଷ୍ଟାଂଶ ସେମାନଙ୍କୁ ଅଧିକାର କରିବେ।


“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”


ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।


Swiv nou:

Piblisite


Piblisite