Biblia Todo Logo
Bib sou entènèt

- Piblisite -




ଯିଖରୀୟ 2:2 - ଓଡିଆ ବାଇବେଲ

2 ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି ?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେବେ ମୁଁ କହିଲି, ଆପଣ କେଉଁଠାକୁ ଯାଉଅଛନ୍ତି? ତହୁଁ ସେ ମୋତେ କହିଲେ, ଯିରୂଶାଲମକୁ ମାପିବା ପାଇଁ, ତହିଁର ପ୍ରସ୍ଥ କେତେ ଓ ତହିଁର ଦୀର୍ଘତା କେତେ, ଏହା ଦେଖିବା ପାଇଁ ଯାଉଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”

Gade chapit la Kopi

ପବିତ୍ର ବାଇବଲ

2 ମୁଁ ତାଙ୍କୁ ପଗ୍ଭରିଲି, “ତୁମ୍ଭେ କେଉଁଆଡ଼େ ଯାଉଅଛ?” ସେ ଉତ୍ତର ଦେଲେ, “ମୁଁ ଯିରୁଶାଲମର ଦୈର୍ଘ ଓ ପ୍ରସ୍ଥ ମାପିବାକୁ ଯାଉଅଛି।”

Gade chapit la Kopi




ଯିଖରୀୟ 2:2
10 Referans Kwoze  

ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚ ହଜାର ଦଣ୍ଡ ପ୍ରସ୍ଥ ଓ ପଚିଶହଜାର ଦଣ୍ଡ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ।


ଆଉ, ସେଠାରୁ ପରିମାଣ ରଜ୍ଜୁ ଗାରେବ୍‍ ଉପପର୍ବତ ପର୍ଯ୍ୟନ୍ତ ସଳଖ ଯିବ ଓ ବୁଲି ଗୋୟା ପର୍ଯ୍ୟନ୍ତ ଯିବ।


ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ୱରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ ।


ତହିଁରେ ଯେଉଁ ଦୂତ ମୋ’ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି ?”


କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ ।


ସେ ମୋତେ ସେହି ସ୍ଥାନକୁ ନେଇ ଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite