Biblia Todo Logo
Bib sou entènèt

- Piblisite -




ଯିଖରୀୟ 3:10 - ଓଡିଆ ବାଇବେଲ

10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,” ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ନିମନ୍ତ୍ରଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”

Gade chapit la Kopi

ପବିତ୍ର ବାଇବଲ

10 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ସେତେବେଳେ ଲୋକମାନେ ଏକତ୍ର ବସିବେ ଓ ସେମାନଙ୍କର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସେମାନେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।”

Gade chapit la Kopi




ଯିଖରୀୟ 3:10
9 Referans Kwoze  

ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।


ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।


“ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।


ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋ’ ସଙ୍ଗେ ସନ୍ଧି କର ଓ ମୋ’ କତିକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପଜଳ ପାନ କର;


ପୁଣି, ମୋହର ଲୋକମାନେ ଶାନ୍ତିମୟ ବସତି ସ୍ଥାନରେ, ଦୃଢ଼ ଆବାସରେ ଓ ସୁସ୍ଥିର ବିଶ୍ରାମ ସ୍ଥାନରେ ବାସ କରିବେ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’”


ଏହେତୁ ଦେଖନ୍ତୁ, ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ମୁଁ ଗୋଟିଏ ଗୃହ ନିର୍ମାଣ କରିବାକୁ ମନସ୍ଥ କରୁଅଛି, କାରଣ ସଦାପ୍ରଭୁ ମୋ’ ପିତା ଦାଉଦଙ୍କୁ କହିଥିଲେ, “ଆମ୍ଭେ ତୁମ୍ଭ ବଦଳେ ତୁମ୍ଭର ଯେଉଁ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା, ସେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ।”


Swiv nou:

Piblisite


Piblisite