Biblia Todo Logo
Bib sou entènèt

- Piblisite -




ଯିଖରୀୟ 3:7 - ଓଡିଆ ବାଇବେଲ

7 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯେବେ ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ଯେବେ ତୁମ୍ଭେ ଆମ୍ଭର ରକ୍ଷଣୀୟ ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଅଧିକାର ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।

Gade chapit la Kopi

ପବିତ୍ର ବାଇବଲ

7 ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, “ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସେପରି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକାରେ କର ଯାହା ଆମ୍ଭେ ଗ୍ଭହୁଁ। ତେବେ ତୁମ୍ଭେ ଆମ୍ଭର ଗୃହରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହେବ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସେହିମାନଙ୍କ ମଧ୍ୟରେ, ଯେଉଁମାନେ କି ଏଠାରେ ଛିଡ଼ା ହେଉଛନ୍ତି।

Gade chapit la Kopi




ଯିଖରୀୟ 3:7
30 Referans Kwoze  

ଯେହେତୁ ଅବ୍ରହାମ ଆମ୍ଭର ବାକ୍ୟ ମାନି ଆମ୍ଭର ରକ୍ଷଣୀୟ ବିଷୟ ଆମ୍ଭର ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ପାଳନ କରିଅଛି।”


ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।


ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”


ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।


ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;


ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।


ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।


ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”


ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।


ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।


ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହିସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;


ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।


ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।


ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”


ମାତ୍ର ଯେଉଁମାନେ ତାହା ସଞ୍ଚୟ କରିଅଛନ୍ତି, ସେମାନେ ତାହା ଭୋଜନ କରି ସଦାପ୍ରଭୁଙ୍କର ପ୍ରଶଂସା କରିବେ ଓ ଯେଉଁମାନେ ତାହା ସଂଗ୍ରହ କରିଅଛନ୍ତି, ସେମାନେ ଆମ୍ଭ ପବିତ୍ର ସ୍ଥାନର ପ୍ରାଙ୍ଗଣ ମଧ୍ୟରେ ତାହା ପାନ କରିବେ।”


ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,


ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।


Swiv nou:

Piblisite


Piblisite