Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:7 - ଓଡିଆ ବାଇବେଲ

7 “ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ବୃହତ ପର୍ବତ, ତୁମ୍ଭେ କିଏ? ଯିରୁବ୍ବାବିଲଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ; ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ଵନି କରି ସେ ମସ୍ତକ ସ୍ଵରୂପ ପ୍ରସ୍ତର ବାହାର କରି ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”

Gade chapit la Kopi

ପବିତ୍ର ବାଇବଲ

7 ହେ ମହାନ ପର୍ବତ! ତୁମ୍ଭେ କ’ଣ? ଯିରୁବ୍ବାବିଲ ସମ୍ମୁଖରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। ‘ପରମେଶ୍ୱରଙ୍କର ଏହା ଉପରେ କୃପା ହେଉ! ଧ୍ୱନି ମଧ୍ୟରେ ସେ କୋଣର ପ୍ରସ୍ତର ଆଣିବ।’”

Gade chapit la Kopi




ଯିଖରୀୟ 4:7
38 Referans Kwoze  

ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା।


“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”


ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ଗାନ୍ଥକମାନେ ଯେଉଁ ପଥର ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହୋଇଅଛି।


ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।


ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର


ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି ।


“ଦେଖ, ଆମ୍ଭେ ତୁମ୍ଭକୁ ତୀକ୍ଷ୍ଣ ଛୁରିକାବିଶିଷ୍ଟ ଏକ ନୂତନ ଶସ୍ୟ ମର୍ଦ୍ଦନ ଯନ୍ତ୍ର ସ୍ୱରୂପ କରିବା; ତୁମ୍ଭେ ପର୍ବତଗଣକୁ ମର୍ଦ୍ଦନ କରି ଚୂର୍ଣ୍ଣ କରିବ ଓ ଉପପର୍ବତଗଣକୁ ତୁଷ ତୁଲ୍ୟ କରିବ।


ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ?


କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ ।


ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ ।


ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;


କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି, ତାହାର ଅର୍ଥ କ'ଣ, ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା ?


ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ, ପୁଣି, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ, ବକ୍ର ପଥସବୁ ସିଧା ହେବ, ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ;


ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ ?


ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’”


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ ।


ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।


କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।


ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,


Swiv nou:

Piblisite


Piblisite