Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:9 - ଓଡିଆ ବାଇବେଲ

9 “ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯିରୁବ୍ବାବିଲଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।

Gade chapit la Kopi

ପବିତ୍ର ବାଇବଲ

9 “ଯିରୁବ୍ବାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ଯ୍ୟ ଶେଷ କରିବ। ତା'ପରେ ତୁମ୍ଭେମାନେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।

Gade chapit la Kopi




ଯିଖରୀୟ 4:9
18 Referans Kwoze  

ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇନାହିଁ।


ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ ।


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।


ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ ।


“ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।


ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।


ଆମ୍ଭେ ତୁମ୍ଭମାନଙ୍କୁ ବିନତି କରୁ, ଆଜି ଦିନ ଓ ତହିଁର ପୂର୍ବ ଦିନଠାରୁ ବିବେଚନା କର, ନବମ ମାସର ଚତୁର୍ବିଂଶ ଦିନରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପନ ଦିନଠାରୁ ବିବେଚନା କର।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,


ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।


Swiv nou:

Piblisite


Piblisite