Biblia Todo Logo
Bib sou entènèt

- Piblisite -




ଯିଖରୀୟ 6:13 - ଓଡିଆ ବାଇବେଲ

13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ଵ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ମନ୍ତ୍ରଣା ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’

Gade chapit la Kopi

ପବିତ୍ର ବାଇବଲ

13 ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହେବେ। ସେ ମଧ୍ୟ ଆପଣା ସିଂହାସନରେ ବସିବେ ଓ ରାଜତ୍ୱ କରିବେ। ଆଉ ମଧ୍ୟ ଜଣେ ଯାଜକ ତାଙ୍କ ସିଂହାସନରେ ବସି ଯାଜକ ହେବେ। ସେହି ଦୁଇଜଣ ମଧ୍ୟରେ ଶାନ୍ତିର ନେତୃତ୍ୱ ହେବ।’

Gade chapit la Kopi




ଯିଖରୀୟ 6:13
45 Referans Kwoze  

ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳଶ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ;


ମୁଁ ଯେପରି ଜୟ କରି ମୋର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋର ସିଂହାସନରେ ବସିବାକୁ ଦେବି ।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।


ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି ।


ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ; ଆମ୍ଭମାନଙ୍କ ପିତା ଈଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ;


ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।”


ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”


ପୁଣି, ସେ ଠିଆ ହୋଇ ସଦାପ୍ରଭୁଙ୍କ ଶକ୍ତିରେ, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମର ମହିମାରେ ଆପଣା ପଲ ଚରାଇବେ ଓ ସେମାନେ ସୁସ୍ଥିର ହୋଇ ବାସ କରିବେ; କାରଣ ସେହି ସମୟରେ ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ମହାନ୍ ହେବେ।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”


ଯେହେତୁ ତୁମ୍ଭ ପ୍ରତି କରୁଣା କରିଅଛନ୍ତି ଯେଉଁ ସଦାପ୍ରଭୁ, ସେ କହନ୍ତି, ପର୍ବତଗଣ ବିଚଳିତ ହୋଇ ଘୁଞ୍ଚିଯିବେ ଓ ଉପପର୍ବତଗଣ ଟଳିବେ; ମାତ୍ର ଆମ୍ଭର ଦୟା ତୁମ୍ଭଠାରୁ ବିଚଳିତ ହେବ ନାହିଁ, ଅଥବା ଆମ୍ଭ ଶାନ୍ତିର ନିୟମ ଟଳିବ ନାହିଁ।


ପୁଣି, ଶାଲେମ୍‍ର ରାଜା ମଲ୍‍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;


ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।


“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”


ସେ ଆମ୍ଭ ନାମ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ରାଜ୍ୟ-ସିଂହାସନ ଅନନ୍ତକାଳସ୍ଥାୟୀ କରିବା।


ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।


ଏହେତୁ କଳହରେ ସଜ୍ଜିତ ଲୋକର ସମସ୍ତ ଅସ୍ତ୍ରଶସ୍ତ୍ର ଓ ରକ୍ତରେ ଜଡ଼ିତ ବସ୍ତ୍ରସବୁ ଜ୍ୱଳନୀୟ ଦ୍ରବ୍ୟ, ଅଗ୍ନି ପାଇଁ କାଷ୍ଠ ସ୍ୱରୂପ ହେବ।


Swiv nou:

Piblisite


Piblisite