ଯିଖରୀୟ 7:11 - ଓଡିଆ ବାଇବେଲ11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ସ୍କନ୍ଧ ଘୁଞ୍ଚାଇ ନେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ। Gade chapit laପବିତ୍ର ବାଇବଲ11 କିନ୍ତୁ ସେହି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସେମାନେ ଜିଦ୍ଖୋର ହୋଇ ତାଙ୍କ ମୁହଁ ଫେରାଇଲେ ଏବଂ ତାଙ୍କ କାନ ଘୋଡ଼ାଇ ପକାଇଲେ। Gade chapit la |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।