Biblia Todo Logo
Bib sou entènèt

- Piblisite -




ଯିଖରୀୟ 7:6 - ଓଡିଆ ବାଇବେଲ

6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ

6 ଏବଂ ତୁମ୍ଭେ ସମସ୍ତେ ଯେତେବେଳେ ଖାଅ ଓ ପିଅ, ତୁମ୍ଭେ କ’ଣ ନିଜ ପାଇଁ ଖାଅ ଓ ପିଅ ନାହିଁ?

Gade chapit la Kopi




ଯିଖରୀୟ 7:6
15 Referans Kwoze  

ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର ।


ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।


ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦିଅ ।


ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।


ଆଉ ସେହିଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନ ପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;


ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;


ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।


ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।


ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।


ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ ?


ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ୍ ନୁହେଁ ?”


Swiv nou:

Piblisite


Piblisite