Biblia Todo Logo
Bib sou entènèt

- Piblisite -




ଯିଖରୀୟ 8:15 - ଓଡିଆ ବାଇବେଲ

15 ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା-ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା-ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଙ୍କଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେପରି ଆମ୍ଭେ ବର୍ତ୍ତମାନ ସମୟରେ ଯିରୂଶାଲମ ପ୍ରତି ଓ ଯିହୁଦା ବଂଶ ପ୍ରତି ମଙ୍ଗଳ କରିବା ପାଇଁ ପୁନର୍ବାର ସଂକଳ୍ପ କରିଅଛୁ; ତୁମ୍ଭେମାନେ ଭୟ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 “କିନ୍ତୁ ଏହି ଦିନଗୁଡ଼ିକରେ, ଆମ୍ଭେ ଆପଣା ମନକୁ ପରିବର୍ତ୍ତନ କରିଅଛୁ। ଆମ୍ଭେ ସ୍ଥିର କରିଛୁ ଯିରୁଶାଲମ ଓ ଯିହୁଦାର ଲୋକଙ୍କର ମଙ୍ଗଳ କରିବା। ସେଥିପାଇଁ ଭୟ କର ନାହିଁ।

Gade chapit la Kopi




ଯିଖରୀୟ 8:15
10 Referans Kwoze  

ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ୱରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ୱରୂପ ହେବ। ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।


ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।


କାରଣ ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଏହି ଲୋକମାନଙ୍କ ଉପରେ ଏହିସବୁ ମହା ଅମଙ୍ଗଳ ଯେପରି ଘଟାଇଅଛୁ, ସେପରି ଆମ୍ଭେ ସେମାନଙ୍କୁ ଯେ ଯେ ମଙ୍ଗଳର ପ୍ରତିଜ୍ଞା କରିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା।”


ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁ ଜଗି ରହିବା,” ଏହା ସଦାପ୍ରଭୁ କହନ୍ତି।


କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।


Swiv nou:

Piblisite


Piblisite