Biblia Todo Logo
Bib sou entènèt

- Piblisite -




ଯିଖରୀୟ 9:6 - ଓଡିଆ ବାଇବେଲ

6 ପୁଣି, ଅସ୍‍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଅସ୍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।

Gade chapit la Kopi

ପବିତ୍ର ବାଇବଲ

6 ପୁଣି ଅ‌‌ସ୍‌‌ଦୋଦକୁ ଏକ ଜାରଜ ଶାସନ କରିବ। ମୁଁ ସମ୍ପୂର୍ଣ୍ଣ ଭାବରେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବି।

Gade chapit la Kopi




ଯିଖରୀୟ 9:6
13 Referans Kwoze  

ଆଉ, ଆମ୍ଭେ ଅସ୍‍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି ।


ସେମାନେ ଆପଣାମାନଙ୍କର ଅହଙ୍କାର ସକାଶୁ ଏହିରୂପ ପ୍ରତିଫଳ ପାଇବେ, କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଲୋକମାନଙ୍କୁ ଧିକ୍‍କାର କରି ସେମାନଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ବଡ଼ କରିଅଛନ୍ତି।


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !


ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।


ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।


ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


କାରଣ ଘସା ସହର ପରିତ୍ୟକ୍ତ ଓ ଅସ୍କିଲୋନ ସହର ଧ୍ୱଂସସ୍ଥାନ ହେବ ! ଅସ୍‍ଦୋଦ ସହର ମଧ୍ୟାହ୍ନ ସମୟରେ ତାଡ଼ିତ ହେବ ଓ ଇକ୍ରୋଣ ସହର ମୂଳ ଉତ୍ପାଟିତ ହେବ।


ଅସ୍କିଲୋନ ତାହା ଦେଖି ଭୟ କରିବ; ଘସା ମଧ୍ୟ ଦେଖି ଅତ୍ୟନ୍ତ ବ୍ୟଥିତ ହେବ ଓ ଇକ୍ରୋଣ ହିଁ ତଦ୍ରୂପ ହେବ, କାରଣ ତାହାର ଆଶା ଲଜ୍ଜାଜନକ ହେବ; ଆଉ, ଘସାରୁ ରାଜା ବିନଷ୍ଟ ହେବ ଓ ଅସ୍କିଲୋନ ବସତିବିଶିଷ୍ଟ ନୋହିବ।


ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।


Swiv nou:

Piblisite


Piblisite