Biblia Todo Logo
Bib sou entènèt

- Piblisite -




ଯିଖରୀୟ 9:7 - ଓଡିଆ ବାଇବେଲ

7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦ; ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ଆମ୍ଭେ ତାହାର ମୁଖରୁ ତାହାର ପେୟ ରକ୍ତ ଓ ତାହାର ଦନ୍ତ ମଧ୍ୟରୁ ତାହାର ଘୃଣାଯୋଗ୍ୟ ଭକ୍ଷ୍ୟ ଅପହରଣ କରିବା; ତହିଁରେ ସେ ମଧ୍ୟ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ଅବଶିଷ୍ଟାଂଶ ଲୋକ ହେବ ଓ ସେ ଯିହୁଦା ମଧ୍ୟରେ ଅଧ୍ୟକ୍ଷ ତୁଲ୍ୟ ହେବ ଓ ଇକ୍ରୋଣ ଯିବୂଷୀୟ ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

7 ସେମାନେ ଆଉ ରକ୍ତ ସହିତ ମାଂସ ଭୋଜନ କରିବେ ନାହିଁ ଅଥବା ଅନ୍ୟ ଘୃଣ୍ୟ ଖାଦ୍ୟ ଖାଇବେ ନାହିଁ। ଯେଉଁ ପଲେଷ୍ଟୀୟମାନେ ବଞ୍ଚିବେ ସେମାନେ ମଧ୍ୟ ମୋ’ ଲୋକମାନଙ୍କର ଅଂଶ ହେବେ, ଏହା ଯିହୁଦାର ଏକ ବଂଶ ହେବ। ଇକ୍ରୋଣର ଲୋକମାନେ ମୋ’ ଲୋକମାନଙ୍କର ଅଂଶୀଦାର ହେବେ, ଯେପରି ଯିବୂଷିୟମାନେ କରିଥିଲେ।

Gade chapit la Kopi




ଯିଖରୀୟ 9:7
21 Referans Kwoze  

ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”


ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”


ମାତ୍ର ଶେଷ କାଳରେ ଆମ୍ଭେ ଏଲମ୍‍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।


ତଥାପି ସଦାପ୍ରଭୁ କହନ୍ତି, “ଏଥିଉତ୍ତାରେ ଆମ୍ଭେ ଅମ୍ମୋନ ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”


ତଥାପି ସଦାପ୍ରଭୁ କହନ୍ତି, “ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା।” ମୋୟାବର ବିଚାର କଥା ଏତିକି।


ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।


ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।


ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।


ପୁଣି, ଅସ୍‍ଦୋଦରେ ଜାରଜ ବାସ କରିବ ଓ ଆମ୍ଭେ ପଲେଷ୍ଟୀୟମାନଙ୍କର ଦର୍ପ ଚୂର୍ଣ୍ଣ କରିବା।


ପୁଣି, ଆମ୍ଭେ ସୈନ୍ୟଦଳ ବିରୁଦ୍ଧରେ ଆପଣା ଗୃହର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବା, ତହିଁରେ କେହି ଗମନାଗମନ କରିବେ ନାହିଁ ଓ କୌଣସି ଉପଦ୍ରବକାରୀ ସେମାନଙ୍କ ନିକଟ ଦେଇ ଆଉ ଯିବ ନାହିଁ; କାରଣ ଆମ୍ଭେ ଏବେ ସ୍ୱଚକ୍ଷୁରେ ଦେଖିଅଛୁ।


ପୁଣି, ଯିବୂଷୀୟ, ଇମୋରୀୟ, ଗିର୍ଗାଶୀୟ,


ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;


Swiv nou:

Piblisite


Piblisite