Biblia Todo Logo
Bib sou entènèt

- Piblisite -




ସିଫନୀୟ 1:13 - ଓଡିଆ ବାଇବେଲ

13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ଵଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ଅନ୍ୟ ଲୋକମାନେ ସେମାନଙ୍କର ଧନସମ୍ପଦ ଲୁଣ୍ଠନ କରିବେ ଓ ସେମାନଙ୍କର ଘରଗୁଡ଼ିକୁ ଧ୍ୱଂସ କରିବେ। ସେହି ସମୟରେ ସେମାନେ ନିର୍ମାଣ କରିଥିବା ଘରେ ଲୋକମାନେ ରହିବେ ନାହିଁ ଏବଂ ସେମାନେ ବଢ଼ାଇଥିବା ଅଙ୍ଗୁରରୁ ପ୍ରସ୍ତୁତ ଦ୍ରାକ୍ଷାରସ ପିଇବେ ନାହିଁ।”

Gade chapit la Kopi




ସିଫନୀୟ 1:13
24 Referans Kwoze  

ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;


ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।


ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ,


ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।


ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।


କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ।


ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।


ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।


ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।


ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍‍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।


ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।


ତେବେ ମୁଁ ପଚାରିଲି, “ହେ ପ୍ରଭୁ, କେତେ କାଳ ଯାଏ ?” ତହିଁରେ ସେ ଉତ୍ତର କଲେ, ଯେପର୍ଯ୍ୟନ୍ତ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।


ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।


ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।


ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।


Swiv nou:

Piblisite


Piblisite