Biblia Todo Logo
Bib sou entènèt

- Piblisite -




ସିଫନୀୟ 1:15 - ଓଡିଆ ବାଇବେଲ

15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ,

Gade chapit la Kopi

ପବିତ୍ର ବାଇବଲ

15 ସେହି ଦିନ ପରମେଶ୍ୱର ତାଙ୍କର କ୍ରୋଧ ଦେଖାଇବେ। ଏହା ଅତି ଭୟଙ୍କର ଦୁଃଖ ଓ ଧ୍ୱଂସର ସମୟ ହେବ। ଏହା ଏକ ଧ୍ୱଂସ ବିଧ୍ୱଂସ୍ତର ଦିନ ହେବ। ଏହା ଏକ ଅନ୍ଧକାର ଓ ଖେଦର ଦିନ ହେବ। ଏହି ଦିନଟି ମେଘ ଓ ଅନ୍ଧକାରର ଦିନ ହେବ।

Gade chapit la Kopi




ସିଫନୀୟ 1:15
17 Referans Kwoze  

ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ?


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି ।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


ଆଜ୍ଞା ସଫଳ ହେବା ପୂର୍ବେ, ଦିନ ତୁଷ ପରି ଉଡ଼ିଯିବା ପୂର୍ବେ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ, ସଦାପ୍ରଭୁଙ୍କ କ୍ରୋଧର ଦିନ ତୁମ୍ଭମାନଙ୍କ ଉପରେ ଆସିବା ପୂର୍ବେ ଏକତ୍ର ହୁଅ।


ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?


ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’


ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।


ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।


ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।


ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।


Swiv nou:

Piblisite


Piblisite