Biblia Todo Logo
Bib sou entènèt

- Piblisite -




ସିଫନୀୟ 1:9 - ଓଡିଆ ବାଇବେଲ

9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ତ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”

Gade chapit la Kopi

ପବିତ୍ର ବାଇବଲ

9 ସେହି ସମୟରେ ପ୍ରବେଶଦ୍ୱାରକୁ ଡେଇଁ ଯାଇଥିବା ଲୋକମାନଙ୍କୁ ଆମ୍ଭେ ଦଣ୍ତ ଦେବା। ଯେଉଁମାନେ ତାଙ୍କ ମିଥ୍ୟା ପ୍ରଭୁଙ୍କର ଗୃହକୁ ମିଥ୍ୟା ଓ ହିଂସାରେ ପୂର୍ଣ୍ଣ କରିଛନ୍ତି ସେମାନଙ୍କୁ ମଧ୍ୟ ଦଣ୍ତ ଦେବା।”

Gade chapit la Kopi




ସିଫନୀୟ 1:9
11 Referans Kwoze  

ଏହେତୁ ଦାଗୋନ୍‍ର ଯାଜକମାନେ ଅବା ଯେଉଁମାନେ ଦାଗୋନ୍‍ ମନ୍ଦିରକୁ ଆସନ୍ତି, ସେମାନଙ୍କ ମଧ୍ୟରୁ କେହି ଆଜି ପର୍ଯ୍ୟନ୍ତ ଅସ୍‍ଦୋଦସ୍ଥିତ ଦାଗୋନ୍‍ର ଦ୍ୱାରବନ୍ଧ ମାଡ଼ନ୍ତି ନାହିଁ।


କାରଣ ସଦାପ୍ରଭୁ କହନ୍ତି , “ଯେଉଁମାନେ ଆପଣା ଆପଣା ଅଟ୍ଟାଳିକାରେ ଦୌରାତ୍ମ୍ୟ ଓ ଲୁଟିତ ଦ୍ରବ୍ୟ ସଞ୍ଚୟ କରନ୍ତି, ସେମାନେ ନ୍ୟାୟ କରିବାକୁ ଜାଣନ୍ତି ନାହିଁ।”


କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।


ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି।


ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


ଏଥିଉତ୍ତାରେ ପ୍ରଭାତ ହୁଅନ୍ତେ, ତାହାର ସ୍ୱାମୀ ଉଠି ଆପଣା ବାଟରେ ଯିବା ପାଇଁ ଗୃହଦ୍ୱାର ଫିଟାଇ ବାହାରକୁ ଗଲା; ମାତ୍ର ଦେଖ, ତାହାର ଉପପତ୍ନୀ ସେହି ସ୍ତ୍ରୀ ଗୃହଦ୍ୱାର ନିକଟରେ ପଡ଼ିଛି, ତାହାର ଦୁଇ ହାତ ଦ୍ୱାରବନ୍ଧ ଉପରେ ଅଛି।


ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବନ୍ତ ହୋଇଅଛନ୍ତି।


ସେହି ସ୍ଥାନର ଧନୀ ଲୋକମାନେ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଅଛନ୍ତି ଓ ତହିଁର ନିବାସୀଗଣ ମିଥ୍ୟା କହିଅଛନ୍ତି, ପୁଣି ସେମାନଙ୍କ ମୁଖ ମଧ୍ୟରେ ସେମାନଙ୍କ ଜିହ୍ୱା ପ୍ରବଞ୍ଚକ।


ତହିଁରେ ମୁଁ କହିଲି, “ଏ କଅଣ ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”


Swiv nou:

Piblisite


Piblisite