Biblia Todo Logo
Bib sou entènèt

- Piblisite -




ସିଫନୀୟ 2:5 - ଓଡିଆ ବାଇବେଲ

5 ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସମୁଦ୍ରକୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସମୁଦ୍ର କୂଳ ନିବାସୀଗଣ, କରେଥୀୟ ଗୋଷ୍ଠୀ ସନ୍ତାପର ପାତ୍ର। ହେ ପଲେଷ୍ଟୀୟମାନଙ୍କର ଦେଶ କିଣାନ, ତୁମ୍ଭମାନଙ୍କର ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ଅଛି; ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ତହିଁରେ ତୁମ୍ଭ ମଧ୍ୟରେ ନିବାସୀ କେହି ରହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେ କରେଥୀୟର ଲୋକମାନେ, ତୁମ୍ଭେମାନେ ସମୁଦ୍ର ନିକଟରେ ରହୁଛ, ସଦାପ୍ରଭୁଙ୍କଠାରୁ ତୁମ୍ଭମାନଙ୍କ ବିଷୟରେ ଏହି ବାର୍ତ୍ତା ଅଟେ। ହେ କିଣାନ, ହେ ପଲେଷ୍ଟୀୟ, ତୁମ୍ଭେମାନେ ସମସ୍ତେ ଧ୍ୱଂସ ହେବ। ତୁମ୍ଭମାନଙ୍କ ମଧ୍ୟରୁ କେହି ବଞ୍ଚିବେ ନାହିଁ।

Gade chapit la Kopi




ସିଫନୀୟ 2:5
14 Referans Kwoze  

ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ର ତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।


ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର ? ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି।


ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ଏହା ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ, ଅର୍ଥାତ୍‍, ଯେଉଁ ସମୁଦାୟ ଗୋଷ୍ଠୀକୁ ଆମ୍ଭେ ମିସର ଦେଶରୁ ବାହାର କରି ଆଣିଲୁ, ସେମାନଙ୍କ ବିରୁଦ୍ଧରେ କହିଅଛନ୍ତି,


ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍‍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;


ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ ।


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ଆମ୍ଭେ ଗୋଷ୍ଠୀଗଣକୁ ଉଚ୍ଛିନ୍ନ କରିଅଛୁ, ସେମାନଙ୍କର ଦୁର୍ଗସକଳ ଧ୍ୱଂସିତ ହୋଇଅଛି; ଆମ୍ଭେ ସେମାନଙ୍କର ପଥସକଳ ଧ୍ୱଂସ କରିଅଛୁ, ତାହା ଦେଇ କେହି ଗମନାଗମନ କରେ ନାହିଁ; ସେମାନଙ୍କର ନଗରସକଳ ଏପରି ବିନଷ୍ଟ ହୋଇଅଛି ଯେ, ତହିଁରେ କୌଣସି ମନୁଷ୍ୟ ଓ ବାସକାରୀ କେହି ନାହିଁ।


ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି ଯେଉଁ ବିଳାପର ବାକ୍ୟ କହୁଅଛୁ, ତାହା ଶୁଣ।


ପୁଣି, ଦରିଦ୍ରର ପ୍ରଥମଜାତ ସନ୍ତାନ ଭୋଜନ କରିବ ଓ ଦୀନହୀନମାନେ ନିରାପଦରେ ଶୟନ କରିବେ; ପୁଣି, ଆମ୍ଭେ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭର ମୂଳ ନଷ୍ଟ କରିବା ଓ ତୁମ୍ଭର ଅବଶିଷ୍ଟାଂଶ ସଂହାରିତ ହେବ।


ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।


ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍‍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।


ହେ ପଲେଷ୍ଟୀୟେ, ଯେଉଁ ଦଣ୍ଡ ତୁମ୍ଭକୁ ପ୍ରହାର କଲା, ତାହା ଭଗ୍ନ ହୋଇଅଛି ବୋଲି ତୁମ୍ଭେ ସମସ୍ତେ ଆନନ୍ଦ କର ନାହିଁ; କାରଣ ସର୍ପର ମୂଳରୁ କାଳସର୍ପ ଉତ୍ପନ୍ନ ହେବ ଓ ଅଗ୍ନିମୟ ଉଡ଼ନ୍ତା ସର୍ପ ତାହାର ଫଳ ହେବ।


ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।


ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;


Swiv nou:

Piblisite


Piblisite