Biblia Todo Logo
Bib sou entènèt

- Piblisite -




ସିଫନୀୟ 3:11 - ଓଡିଆ ବାଇବେଲ

11 ତୁମ୍ଭେ ଆପଣାର ଯେଉଁ ସବୁ କ୍ରିୟାରେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେ ଆପଣାର ଯେସବୁ କ୍ରିୟାରେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛ, ତହିଁ ସକାଶୁ ସେଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେ ଆପଣାର ଯେଉଁସବୁ କ୍ରିୟାରେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛ, ତହିଁ ସକାଶୁ ସେହି ଦିନ ତୁମ୍ଭେ ଲଜ୍ଜିତ ନୋହିବ; କାରଣ ସେସମୟରେ ଆମ୍ଭେ ତୁମ୍ଭ ମଧ୍ୟରୁ ତୁମ୍ଭର ଦର୍ପଯୁକ୍ତ ଉଲ୍ଲାସକାରୀମାନଙ୍କୁ ଦୂର କରିବା ଓ ତୁମ୍ଭେ ଆମ୍ଭ ପବିତ୍ର ପର୍ବତରେ ଆଉ ଅହଙ୍କାରୀ ନୋହିବ।

Gade chapit la Kopi

ପବିତ୍ର ବାଇବଲ

11 “ତା'ପରେ ହେ ଯିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହେବେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ଯିରୁଶାଲମରୁ ତଡ଼ି ଦେଇଛୁ। ଆମ୍ଭର ପବିତ୍ର ପର୍ବତରେ ଆଉ କୌଣସି ଦାମ୍ଭିକ ଲୋକ କେବେହେଲେ ରହିବେ ନାହିଁ।

Gade chapit la Kopi




ସିଫନୀୟ 3:11
29 Referans Kwoze  

ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।


ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।


ତୁମ୍ଭେମାନେ ଲଜ୍ଜାର ପରିବର୍ତ୍ତେ ଦୁଇ ଗୁଣ ସମ୍ମାନ ପାଇବ; ପୁଣି, ଅପମାନର ପରିବର୍ତ୍ତେ ସେମାନେ ଆପଣା ଆପଣା ଅଧିକାରରେ ଆନନ୍ଦ କରିବେ; ଏନିମନ୍ତେ ସେମାନେ ଆପଣାମାନଙ୍କ ଦେଶରେ ଦୁଇ ଗୁଣ ଅଂଶ ପାଇବେ; ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।


କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ ।


ଯେପରି ଲେଖା ଅଛି, "ଦେଖ, ଆମ୍ଭେ ସିୟୋନରେ ଗୋଟିଏ ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ଥାପନ କରୁଅଛୁ, ଆଉ, ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ" ।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।


ହେ ପ୍ରଭୁ, ବିନୟ କରେ, ତୁମ୍ଭର ସମସ୍ତ ଧାର୍ମିକତାନୁସାରେ, ତୁମ୍ଭର ନଗର ଯିରୂଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ; କାରଣ ଆମ୍ଭମାନଙ୍କର ପାପ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ସକାଶୁ ଯିରୂଶାଲମ ଓ ତୁମ୍ଭର ଲୋକମାନେ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥିତ ଲୋକଙ୍କର ନିନ୍ଦାର ପାତ୍ର ହୋଇଅଛନ୍ତି।


ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ।


ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।


କିନ୍ତୁ ଯଦି ତୁମ୍ଭେ ଯିହୂଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ୱରଙ୍କଠାରେ ଗର୍ବ କରୁଅଛ,


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ଏହିରୂପେ ମୁଁ ନିବେଦନ ଓ ପ୍ରାର୍ଥନା କରୁଥିଲି, ପୁଣି ମୋ’ର ପାପ ଓ ମୋ’ର ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି, ଆଉ ମୋ’ ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଛାମୁରେ ଆପଣା ନିବେଦନ ଉତ୍ସର୍ଗ କରୁଥିଲି;


ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”


ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।


ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।


କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;


ପୁଣି, ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ, ପୁଣି ଅହଙ୍କାରୀମାନଙ୍କର ଦୃଷ୍ଟି ନତ ହୁଏ;


ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।


ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।


Swiv nou:

Piblisite


Piblisite