Biblia Todo Logo
Bib sou entènèt

- Piblisite -




ସିଫନୀୟ 3:18 - ଓଡିଆ ବାଇବେଲ

18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।

Gade chapit la Kopi

ପବିତ୍ର ବାଇବଲ

18 ସଦାପ୍ରଭୁ କହିଲେ, “ମୁଁ ତୁମ୍ଭମାନଙ୍କର ଲଜ୍ଜା ଅପମାନ ନେଇଯିବି। ସେହି ଲୋକମାନେ ତୁମ୍ଭକୁ ଆଘାତ କରିବା ବନ୍ଦ କରିବେ।

Gade chapit la Kopi




ସିଫନୀୟ 3:18
18 Referans Kwoze  

କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।


ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।


ସେସମୟରେ ଆମ୍ଭେ ତୁମ୍ଭମାନଙ୍କୁ ଆଣିବା ଓ ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା; କାରଣ ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ସମୟରେ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ତୁମ୍ଭମାନଙ୍କୁ ସୁଖ୍ୟାତି ଓ ପ୍ରଶଂସାର ପାତ୍ର କରିବା, ଏହା ସଦାପ୍ରଭୁ କହନ୍ତି।


ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ?


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।


ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି-ସ୍ଥାନରେ ଚରାଇବା।


ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବ କାଳର ମନୋହର ବିଷୟସବୁ ସ୍ମରଣ କରୁଅଛି। ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ।


ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।


ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।


ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”


ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।


Swiv nou:

Piblisite


Piblisite