Biblia Todo Logo
Bib sou entènèt

- Piblisite -




ସିଫନୀୟ 3:7 - ଓଡିଆ ବାଇବେଲ

7 ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭେ କହିଲୁ, “ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।”

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେ କହିଲୁ, ତୁମ୍ଭେ ନିଶ୍ଚୟ ଆମ୍ଭକୁ ଭୟ କରିବ ଏବଂ ଆମ୍ଭ ନିୟମ ଶିଖିବ। ତୁମ୍ଭେ ଯଦି ଏହା କରିବ, ତେବେ ତୁମ୍ଭର ଘର କେବେ ବିନଷ୍ଟ ହେବ ନାହିଁ। ତୁମ୍ଭେ ଯଦି ଏହା କରିବ, ତେବେ ଆମ୍ଭର ଯୋଜନା ଅନୁସାରେ ଆମ୍ଭେ ତୁମ୍ଭକୁ ଦଣ୍ତ ଦେବା ନାହିଁ।” କିନ୍ତୁ ସେହି ମନ୍ଦ ଲୋକମାନେ ଶୀଘ୍ର ଉଠି ତାଙ୍କର ଦୁଷ୍ଟକର୍ମ କଲେ।

Gade chapit la Kopi




ସିଫନୀୟ 3:7
25 Referans Kwoze  

ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”


ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।


ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,’ ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;


ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା।


ବିଳମ୍ବ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ବ କରନ୍ତି ନାହିଁ; କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି ।


ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।


ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କ’ଣ କରିଅଛି ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ୱଶ୍ୱାସରେ ଅଶ୍ୱ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।


କାରଣ ସେ କହିଲେ, ନିଶ୍ଚୟ ସେମାନେ ଆମ୍ଭର ଲୋକ, ଯେଉଁମାନେ ଅସତ୍ୟ ବ୍ୟବହାର ନ କରିବେ, ଏପରି ସନ୍ତାନ ଅଟନ୍ତି; ଏଣୁ ସେ ସେମାନଙ୍କର ତ୍ରାଣକର୍ତ୍ତା ହେଲେ।


ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା ? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି ?


ଏହେତୁ ସଦାପ୍ରଭୁ ସେମାନଙ୍କ ପ୍ରତିକୂଳରେ ଅଶୂରୀୟ ରାଜାର ସେନାପତିମାନଙ୍କୁ ଆଣିଲେ, ତହିଁରେ ସେମାନେ ମନଃଶିଙ୍କୁ ବେଡ଼ିରେ ଧରି ଶିକୁଳିରେ ବାନ୍ଧି ବାବିଲ୍‍କୁ ନେଇଗଲେ।


(ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି,


ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,


ମଧ୍ୟ ଶିକ୍ଷା ପ୍ରତି ସେ ସେମାନଙ୍କ କର୍ଣ୍ଣ ମୁକ୍ତ କରନ୍ତି ଓ ଅଧର୍ମରୁ ଫେରିବା ପାଇଁ ସେମାନଙ୍କୁ ଆଜ୍ଞା ଦିଅନ୍ତି।


ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି।


ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।


ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।’


Swiv nou:

Piblisite


Piblisite